ରିପୋର୍ଟ କାର୍ଡ / ପୁରୀ
ଦୟାନଦୀରୁ ଜଣେ ଯୁବତୀଙ୍କ ତାଙ୍କର ହାତ ଗୋଡ଼ ବନ୍ଧା ଅବସ୍ତାରେ ମୃତ ଦେହ ମିଳିଛି| ଯୁବତୀଙ୍କ ପରିଚୟ ମିଳିପାରି ନାହିଁ। ବୁଧବାର ବିଳମ୍ବିତ ରାତିରେ ଏହି ଘଟଣା ଜଣାପଡିଛି। ଗଦିଶାଗଦା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଜଣେ ଯୁବତୀଙ୍କ ମୃତ ଦେହ ନୂଆଗାଁ ନିକଟ ଦୟାନଦୀରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସ କୁ ଖବର ଦେଇଥିଲେ। ତାଙ୍କୁ ହତ୍ୟାକରି ଫିଙ୍ଗି ଦିଆ ଯାଇଥିବା ସନ୍ଦେହ କରାଯାଉଛି। ଯୁବତୀଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି । ଯୁବତୀଙ୍କ ବୟସ ୨୫ ରୁ ୩୦ ବର୍ଷ ମଧ୍ୟରେ ହେବ। ଏକ ଅଖା ଭିତରୁ ଯୁବତୀଙ୍କ ମୃତ ଦେହ ମିଳିଥିବା ସ୍ଥାନୀୟ ଲୋକେ କହିଛନ୍ତି । ଏହି ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି।






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..