ରିପୋର୍ଟ କାର୍ଡ / ପୁରୀ
ପୁରୀ ଟାଉନ୍ ଥାନା ଅନ୍ତର୍ଗତ ବିଶ୍ୱେଶ୍ୱରୀ ମନ୍ଦିର ନରେନ୍ଦ୍ର କୋଣ ଶ୍ରୀସେତୁ ତଳୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ପୁରୀ ଖଣ୍ଡିଆ ବନ୍ଧର ସୁଦର୍ଶନ ସାହୁ । ସୁଦର୍ଶନ ମାର୍କେଟ ଛକ ନିକଟରେ ଦହିଵରା ବିକ୍ରି କରନ୍ତି। ଗତକାଲି ରାତିରେ ଦୋକାନ ବନ୍ଦ କରି ଘରକୁ ଯାଇନଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ, ହେଲେ ପାଇ ନଥିଲେ। ଆଜି ସକାଳେ ସୁଦର୍ଶନଙ୍କ ମୃତଦେହ ଶ୍ରୀସେତୁ ତଳେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୋଲିସକୁ ଖବର ଦେବା ସହ ପରିବାର ଲୋକଙ୍କୁ ମଧ୍ୟ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ସୁଦର୍ଶନଙ୍କୁ କିଏ ହତ୍ୟା କରି ଫିଙ୍ଗିଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….