ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ସ୍ଥିତ ବିନ୍ଦୁସାଗରରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମହିଳାଙ୍କ ପରିଚୟ ମିଳିନାହିଁ। ଆଜି ସକାଳେ ମହିଳାଙ୍କ ମୃତଦେହ ବିନ୍ଦୁସାଗର ନିକଟରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ଲିଙ୍ଗରାଜ ଥାନା ପୋଲିସ କୁ ଖବର ଦେଇଥିଲେ। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପାଇଁ ପଠାଇଛି। ମୃତ ମହିଳାଙ୍କ ବେସଭୂଷା ସମ୍ଭ୍ରାନ୍ତ ଘରର ବୋଲି ଜଣାପଡୁଛି। ମହିଳା ଜଣଙ୍କ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରି ଫିଙ୍ଗି ଦିଆଯାଇଛି ତାହା ଜଣାପଡ଼ିନାହିଁ। ପୋଲିସ ଘଟଣାର ତଦନ୍ତ କରୁଛି।






More Stories
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..
ରୋଷେୟାର ତଣ୍ଟି କାଟିଦେଲା ହେଲପର…..
ଜଳିଗଲା ବସ୍….