Report Card Odisha

| Daily Odia News

ପୁରୀ ବଡ଼ଦାଣ୍ଡରେ ମୃତ୍ୟୁ:ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ପୁରୀ

ପୁରୀ ବଡ଼ଦାଣ୍ଡରେ ବୋଲେରୋ ଓ ସ୍କଟି ଧକ୍କାରେ ନାବାଳକଙ୍କ ମୃତ୍ୟୁ ହୋଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ସହାୟତା ଘୋଷଣା କରିଛନ୍ତି। ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି।ମିଳିଥିବା ସୂଚନା ଅନୁଯାୟୀ, ମେଡ଼ିକାଲ ଛକ ଆଡୁ ଶ୍ରୀମନ୍ଦିର ଆଡ଼କୁ ବୋଲେରୋ ଗାଡ଼ି ଆସୁଥିବା ବେଳେ ଅନ୍ୟପଟେ ଏକ ସ୍କୁଟିରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କ ନାବାଳକ ନାତି ଓ ଅନ୍ୟ ଜଣେ ନାବାଳକ ଆସୁଥିଲେ । ଏହି ସମୟରେ ବାଲଗଣ୍ଡି ଛକ ନିକଟରେ ସ୍କୁଟିକୁ ପଛଆଡ଼ୁ ବୋଲେରୋ ଧକ୍କା ଦେଇଥିଲା । ଯାହା ଫଳରେ ସ୍କୁଟିରେ ଯାଉଥିବା ତିନି ଜଣ କିଛି ବାଟ ଘୋଷାଡି ହୋଇଯିବା ସହ ଆହତ ହୋଇଥିଲେ । ଲୋକ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିବାବେଳେ ବୋଲେରୋ ଚାଳକଙ୍କୁ କାବୁ କରିଥିଲେ। ତେବେ ଡାକ୍ତର ନାବାଳକଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଦୁଇଜଣଙ୍କ ଚିକିତ୍ସା ଜାରିରହିଛି ।

Breaking News