ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଜଧାନୀ ଦିଲ୍ଲୀରେ ମହିଳାଙ୍କୁ ରାସ୍ତାରେ ୪ କିଲୋମିଟର ଯାଏଁ ଘୋଷାଡ଼ି ନେଲା ଚଳନ୍ତା କାର। କିଛି ମଦ୍ୟପ ଯୁବକଙ୍କ ଏଭଳି ବର୍ବୋରଚିତ କାଣ୍ଡରେ ଜଣେ ୨୦ ବର୍ଷୀୟ ଯୁବତୀଙ୍କ ମୃତ୍ୟୁ ହୋଇଛି। ସୂଚନା ମୁତାବକ, ଗତକାଲି ସକାଳେ ଦିଲ୍ଲୀର ସୁଲତାନପୁରୀ ଅଞ୍ଚଳରେ ଘଟିଥିଲା ଏହି ଘଟଣା। ଦିଲ୍ଲୀରେ ରହୁଥିବା ସଂପୃକ୍ତ ମହିଳା ଜଣକ ତାଙ୍କ ସ୍କୁଟିରେ ଯାଉଥିବା ବେଳେ ଏକ କାର ତାଙ୍କ ସ୍କୁଟିକୁ ଧକ୍କା ଦେଇଥିଲା। ପରେ ମହିଳା ଜଣକ କାର ତଳେ ରହିଯାଇଥିବା ବେଳେ ତାଙ୍କୁ ୪ କିଲୋମଟିର ଯାଏଁ ରାସ୍ତା ଘୋଷାଡ଼ି ନେଇଯାଇଥିଲା ଉକ୍ତ ଚଳନ୍ତା କାର।

ଦୁର୍ଘଟଣା ପରେ ମହିଳାଙ୍କ ଗୋଡ଼ କିମ୍ବା ହାତ କାର୍ରେ ଲାଖି ରହିଥିଲା। କାରରେ ୫ ଜଣ ଯୁବକ ଥିଲେ। ଏ ଘଟଣା ପରେ ପୋଲିସ ସମସ୍ତ ୫ ଅଭିଯୁକ୍ତଙ୍କୁ ଅଟକ ରଖିଛି।






More Stories
କେନ୍ଦ୍ରୀୟ ଅବକାରୀ ବିଲ୍ ପାସ୍…..
ବଦଳିଲା ତତ୍କାଳ ଟିକେଟ୍ କାଟିବାର ନିୟମ…..
ଆଜି ଭାରତ ଆସୁଛନ୍ତି ପୁଟିନ୍……