ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଅସହ୍ୟ ଗରମରେ ଆଉଟୁପାଉଟୁ ହେଉଛନ୍ତି ଦିଲ୍ଲୀବାସୀ। ବିଭିନ୍ନ ସ୍ଥାନରେ ତାପମାତ୍ରା ୪୭ ଡିଗ୍ରୀ ପରେ ରହିଛି । ଆସନ୍ତା ଶୁକ୍ରବାର ଯାଏଁ ତାତି ଜାରିରହିବ| ଏହାକୁ ଦୃଷ୍ଟିରେ ରଖି ଜାତୀୟ ରାଜଧାନୀରେ ପାଣିପାଗ ବିଭାଗ ଆସନ୍ତା ପାଞ୍ଚ ଦିନ ପାଇଁ ରେଡ୍ ଆଲର୍ଟ ଜାରି କରିଛି। ଏଥିସହ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସେପଟେ ପ୍ରବଳ ଉତ୍ତାପ ଯୋଗୁଁ ଦିଲ୍ଲୀରେ ବିଦ୍ୟୁତର ଚାହିଦା ମେ’ ମାସରେ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଦିଲ୍ଲୀ ସରକାର ଗ୍ରୀଷ୍ମ ଛୁଟି ସତ୍ତ୍ୱେ ଯେଉଁ ବେସରକାରୀ ବିଦ୍ୟାଳୟଗୁଡ଼ିକୁରେ କ୍ଲାସ ହେଉଛି ତାହାକୁ ତୁରନ୍ତ ବନ୍ଦ କରିବାକୁ କହିଛନ୍ତି। ସାମ୍ପ୍ରତିକ ସମୟରେ ଦିଲ୍ଲୀରେ ତାପମାତ୍ରା କ୍ରମାଗତ ଭାବେ ବୃଦ୍ଧି ପାଇଛି। ରବିବାର ଦିଲ୍ଲୀରେ ସର୍ବୋଚ୍ଚ ତାପମାତ୍ରା ୪୪.୪ ଡିଗ୍ରୀ ସେଲସିୟସ ରେକର୍ଡ ଥିଲା।






More Stories
କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର…..
ଆୟୁଷ୍ମାନ କାର୍ଡକୁ ନେଇ ବଡ଼ ସୂଚନା……
ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ….