ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଦିନକୁ ଦିନ ଡେଙ୍ଗୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି | ଅଗଷ୍ଟ ୨୩ ତାରିଖ ସୁଦ୍ଧା ରାଜ୍ୟରେ ଡେଙ୍ଗୁ ରୋଗୀ ସଂଖ୍ୟା ୨୭ଶହ ପାର କରିସାରିଛି। ଖୋର୍ଦ୍ଧା ଜିଲ୍ଲା ଡେଙ୍ଗୁର ହଟସ୍ପଟ୍ ପାଲିଟିଛି। ଖୋର୍ଦ୍ଧାରୁ ସର୍ବାଧିକ ୧୩୩୨ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱର ସ୍ଥିତ ନୟାପଲ୍ଳୀ ଅଞ୍ଚଳରୁ ୧୧୧ଜଣ ଡେଙ୍ଗୁ ଚିହ୍ନଟ କରାଯାଇଥିବା ଆଚାର୍ଯ୍ୟ ବିହାରରୁ ୧୦୫, ଜୟଦେବ ବିହାରରୁ ୬୬, ୟୁନିଟ୍ ୯ରୁ ୫୯, ସହିଦ ନଗରରୁ ୫୬, ୟୁନିଟ୍ ୪ରୁ ୫୦ ଓ ସତ୍ୟନଗରରୁ ୪୯ ଜଣ ଡେଙ୍ଗୁ ରୋଗୀ ଚହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୨୭୦, ବାଲେଶ୍ୱରରୁ ୨୪୮, କଟକରୁ ୧୭୩ ଓ ଜଗତସିଂହପୁରରୁ ୧୫୬ଜଣ ରୋଗୀ ଚିହ୍ନଟ କରାଯାଇଛି।
More Stories
ସମଲିଙ୍ଗୀ ବିବାହକୁ ନେଇ ବଡ଼ ରାୟ ଶୁଣାଇଲେ ସୁପ୍ରିମକୋର୍ଟ…..
ଏଜେଣ୍ଡା ନଥିଲେ ଇଣ୍ଡିଆ ମେଣ୍ଟ ଭାଙ୍ଗିଯିବା ଉଚିତ…..
ବ୍ରିଜ ତଳକୁ ଖସିଲା ବସ୍…..