ରିପୋର୍ଟ କାର୍ଡ / ବାଲେଶ୍ବର
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ବାଲେଶ୍ୱର ଜିଲ୍ଲା ଗସ୍ତରେ ଯାଇ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଛନ୍ତି । ବନ୍ୟା ଯୋଗୁ ଜିଲ୍ଲାର ୬ଟି ବ୍ଲକ୍ର ୧୫୪ ଗ୍ରାମ ଏବଂ ଜଳେଶ୍ୱର ପୌରପାଳିକାର ୮ଟି ୱାର୍ଡ ବନ୍ୟାଜଳରେ ପ୍ରଭାବିତ ହୋଇଛି। ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣାରେ ବନ୍ୟାଜଳରେ ପ୍ରଭାବିତ ହେଉଛି। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ଏବଂ ଖାଦ୍ୟ ଯୋଗାଣ ଆଦି ପଦକ୍ଷେପ ସହ ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀଙ୍କୁ ନିୟୋଜିତ କରାଯାଇଛି। ଏନେଇ ଉପମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ‘ଆଜି ବାଲେଶ୍ୱର ଜିଲ୍ଲା ଗସ୍ତରେ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲି ।’
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..