Report Card Odisha

| Daily Odia News

ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ଉପମୁଖ୍ୟମନ୍ତ୍ରୀ….

ରିପୋର୍ଟ କାର୍ଡ / ପୁରୀ

ଚଳିତବର୍ଷ ଶ୍ରୀକ୍ଷେତ୍ରରେ ଆଡ଼ପମଣ୍ଡପକୁ ବଡ଼ଠାକୁରଙ୍କ ପହଣ୍ଡିବିଜେ ବେଳେ ଅଘଟଣକୁ ରାଜ୍ୟ ସରକାର ଗୁରୁତ୍ୱର ସହ ନେଇଛନ୍ତି । ଆଜିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ପୁରୀରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ମହାପ୍ରଭୁଙ୍କ ରଥଯାତ୍ରାର ଅବଶିଷ୍ଟ ରୀତନୀତି ଯେଭଳି ଶୃଙ୍ଖଳିତ ହେବ ତାହା ସୁନିଶ୍ଚିତ କରିବାକୁ ମଧ୍ୟ ଶ୍ରୀ ମାଝୀ ପରାମର୍ଶ ଦେଇଥିବା ଜଣାପଡ଼ିଛି । ଶନିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ଶ୍ରୀକ୍ଷେତ୍ରରେ ତିନିଠାକୁରଙ୍କ ନୀଳାଦ୍ରି ବିଜେ ସରିବା ପର୍ଯ୍ୟନ୍ତ ପୁରୀଠାରେ ସକ୍ରିୟ ଭାବେ ଉପସ୍ଥିତ ରହି ଶ୍ରୀଗୁଣ୍ଡିଚା ଯାତ୍ରାର ଅବଶିଷ୍ଟ ରୀତିନୀତିକୁ ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜର କ୍ୟାବିନେଟ୍ ସହଯୋଗୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଶ୍ରଦ୍ଧାଳୁଙ୍କ ଯେପରି କୌଣସି ଅସୁବିଧା ନହେବ ତାହା ସୁନିଶ୍ଚିତ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି ।

Breaking News