ରିପୋର୍ଟ କାର୍ଡ / ଭୁବନେଶ୍ୱର
ତାଳଚେର ଖଣି ଉପ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରୁଛି । ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଧରଣୀଧରଙ୍କ ତାଳଚେର ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର, କେନ୍ଦୁଝର ପଣ୍ଡାପଡ଼ାରେ ଥିବା ଶ୍ୱଶୁର ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଖଣି ଉପନିର୍ଦ୍ଦେଶକ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଥିଲା। ଧରଣୀଧର ବାଲିଆ ମାଫିଆ ଓ ପଥର ମାଫିଆଙ୍କୁ ଅନୁକମ୍ପା ଦେଖାଇ ତାଙ୍କ ନିକଟରୁ ଟଙ୍କା ନେଉଥିବା ତାଙ୍କ ନାଁରେ ଅଭିଯୋଗ ହୋଇଥିଲା।






More Stories
ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ……
୩ରୁ ପୁରୀରେ ବ୍ରିକ୍ସ ସମ୍ମିଳନୀ…..
ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ…..