ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତକାଲି କରୋନା ସଂକ୍ରମଣ ୪୦ ହଜାର ତଳେ ରହିଥିଲା | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫,୯୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୩,୬୨,୮୪୮କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୮୧୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୯୮,୪୫୪ ରେ ପହଞ୍ଚିଛି। ମୃତ୍ୟୁ ହାର ୧.୩୧ ପ୍ରତିଶତ। ଦିନକରେ ଆଉ ୬୦,୭୨୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୪,୨୭,୩୩୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୬.୯୨ ପ୍ରତିଶତ। ୫,୩୭,୦୬୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୧.୭୭%। ୨୪ ଘଣ୍ଟାରେ ୩୬,୫୧,୯୮୩ ଟିକା ନେଇଥିବା ବେଳେ ମୋଟ ୩୩,୨୮,୫୪,୫୨୭ ଟିକା ନେଇ ସାରିଛନ୍ତି। ସାପ୍ତାହିକ ପଜିଟିଭ ହାର ୫% ରୁ କମ ରହିଥିବା ବେଳେ ଏବେ ୨.୬୯%। ଦୈନିକ ପଜିଟିଭ ହାର ୨.୩୪% ରହିଥିବା ବେଳେ ୨୩ ଦିନ ହେବ ଲଗାତାର ୫% ତଳକୁ ରହିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..