ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୪୮,୬୯୮ ନୂଆ କରୋନା ସଂକ୍ରମିତ । ଏହାସହ ମୋଟ ପଜିଟିଭ ସଂଖ୍ୟା ୩,୦୧,୮୩,୧୪୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୧୮୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ହାର ୧.୩୧%। ମୋଟ ମୃତ୍ୟୁ ସଂଖ୍ୟା ୩,୯୪,୪୯୩ରେ ପହଞ୍ଚିଛି। ଦିନକରେ ୬୪,୮୧୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୧,୯୩,୦୮୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୬.୭୨%। ୫,୯୫,୫୬୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଦିନକରେ ୬୧,୧୯,୧୬୯ ଟିକା ନେଇଥିବା ବେଳେ ମୋଟ ୩୧,୫୦,୪୫,୯୨୬ ମୋଟ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..