Report Card Odisha

| Daily Odia News

ଦେଶରେ୫୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ କରୋନା ୨୪ ଘଣ୍ଟାରେ ଆଉ ୪୬,୧୪୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ସଂକ୍ରମିତଙ୍‍କ ସଂଖ୍ୟା ୩,୦୨,୭୯,୩୩୧କୁ ବୃଦ୍ଧି ପାଇଛି। ଦୀର୍ଘ ଦିନ ପରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ହଜାର ତଳକୁ ଖସିଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୯୭୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୯୬,୭୩୦ରେ ପହଞ୍ଚିଛି। ମୃତ୍ୟୁ ହାର ୧.୩୧%। ଦିନକରେ ଆଉ ୫୮,୫୭୮ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୩,୦୯,୬୦୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୋଟ ଆରୋଗ୍ୟ ହାର ୯୬.୮୦% । ୫,୭୨,୯୯୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୪ ଘଣ୍ଟାରେ ୧୭,୨୧,୨୬୮ ଟିକା ନେଇଥିବା ବେଳେ ମୋଟ ୩୨,୩୬,୬୩,୨୯୭ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Breaking News