Report Card Odisha

| Daily Odia News

ଦେଶରେ ୫୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ….

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୫୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨୫୮ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୫୦୦୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୨୫୮ ରହିଛି । ଏହି ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨ ଲକ୍ଷ ୩୩ ହଜାର ୧୮୩ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୯୫ ହଜାର ୭୫୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୨ ଲକ୍ଷ ୫୧ ହଜାର ୨୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୫୮୬୪୦୩।

Breaking News