ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୫୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨୫୮ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୫୦୦୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୨୫୮ ରହିଛି । ଏହି ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨ ଲକ୍ଷ ୩୩ ହଜାର ୧୮୩ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୯୫ ହଜାର ୭୫୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୨ ଲକ୍ଷ ୫୧ ହଜାର ୨୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୫୮୬୪୦୩।






More Stories
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..
ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି…..