ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ତଳକୁ ଖସିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୮ ହଜାର ୪୧୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୮,୮୧,୯୬୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧ ହଜାର ୫୭୬ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୮୬,୭୧୩ରେ ପହଞ୍ଚିଛି। ଦିନକରେ ଆଉ ୬୦,୦୦୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୭,୬୬,୦୦୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭,୨୯,୨୪୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୭,୬୬,୯୩,୫୭୨ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……