Report Card Odisha

| Daily Odia News

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାଭିସ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ମହାରାଷ୍ଟ୍ର ରାଜନୀତି ସସପେନ୍ସରେ ବିରାମ ଲାଗିଛି। ୧୨ ଦିନର ଅପେକ୍ଷାପରେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେଇଛନ୍ତି | ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡନାଭିସ ଶପଥ ଗ୍ରହଣ କରିଛନ୍ତି | ତୃତୀୟ ଥର ପାଇଁ ମହାରାଷ୍ଟ୍ରରେ ଆରମ୍ଭ ହୋଇଛି ଫଡନାଭିସ ସରକାର। ଉପମୁଖ୍ୟମନ୍ତ୍ରୀ ଭାବେ ଶିବସେନା ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଏନସିପି ନେତା ଅଜିତ ପାୱାର ଶପଥ ନେଇଛନ୍ତି । ମହାରାଷ୍ଟ୍ରର ରାଜ୍ୟପାଳ ସି ପି ରାଧାକ୍ରୀଷ୍ଣ ଉଭୟ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀଙ୍କୁ ଶପଥ ପାଠ କରାଇଛନ୍ତି | ଅଜିତ ପାଓ୍ୱାର ଷଷ୍ଠ ଥର ପାଇଁ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ହୋଇ ରାଜନୀତି ଇତିହାସରେ ନୂଆ ରେକର୍ଡ କରିଛନ୍ତି । ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମାନ, ବିଜୟ ରୂପାନୀ ଉପସ୍ଥିତ ରହିଥିଲେ | ନିମନ୍ତ୍ରିତ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ଅଛନ୍ତି।

Breaking News