ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି। ୪ ଘଣ୍ଟା ଲାଗି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପହର ଧୂପ ସରିବା ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତା ଲାଗି କରିବେ। ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବ। ନୀତି ସମ୍ପୂର୍ଣ୍ଣ ହେବା ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବ ଏବଂ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।






More Stories
ପବନ ସହ ପ୍ରବଳ ବର୍ଷା…..
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ….
୩ ଦିନ ପ୍ରବଳ ବର୍ଷା ଆଶଙ୍କା…..