ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ଡିଜିପି ନିଯୁକ୍ତି ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ପିଆଇଏଲ ପ୍ରସଙ୍ଗରେ ଆସନ୍ତା ସେପ୍ଟେମ୍ବର ୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ସମୟ ଧାର୍ଯ୍ୟ ହୋଇଛି। ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଓଡ଼ିଶା ପୋଲିସ ମହାନିର୍ଦେଶକ (ଡିଜିପି) ନିଯୁକ୍ତିକୁ ନେଇ ଦେଖାଦେଇଥିବା ବିବାଦୀୟ ମାମଲାର ୧୮ ଅଗଷ୍ଟରେ ଶୁଣାଣି ହେବାର ଥିଲା। ଏନେଇ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ। ୧୮ ଅଗଷ୍ଟ ପର୍ଯ୍ୟନ୍ତ ଡିଜିପି ଚୟନ ନେଇ ୟୁନିଅନ୍ ପବ୍ଲିକ୍ ସର୍ଭିସ କମିଶନ (UPSC) କୌଣସି ନିଷ୍ପତ୍ତି ନେଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଥିଲେ।






More Stories
ବାତ୍ୟା ଲ୍ୟାଣ୍ଡଫଲ୍ ପରେ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ…..
ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା…..
‘ଅକୱାନ’ର ମୁକାବିଲା ପାଇଁ ରାଜ୍ୟ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ……