ରିପୋର୍ଟ କାର୍ଡ / କଟକ
ଆଜି ବଡ଼ଓଷା | ଧବଳେଶ୍ୱରଙ୍କ ପୀଠ ଆଜି ଭକ୍ତଙ୍କ ଗହଳି। ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ରାତ୍ର ୩ଟାରେ ପହଡ଼ ଖୋଲାଯାଇ ସମସ୍ତ ପ୍ରକାର ନିତିକାନ୍ତି ସରିବା ପରେ ସାଧାରଣ ଦର୍ଶନ ନିମନ୍ତେ ଦ୍ୱାରଫିଟା ଯାଇଥିଲା। ହଜାର ହଜାର ଶ୍ରଦ୍ଧାଳୁଙ୍କ ମଧ୍ୟରେ ପୀଠରେ ଚାଲିଛି ଶୃଙ୍ଖଳିତ ଦର୍ଶନ। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ଲାଗି ହେବ ବାବା ଧବଳେଶ୍ୱରଙ୍କର ଅତିପ୍ରିୟ ଭୋଗ ଗଜଭୋଗ ଓ ତରଣ। । ବଡ଼ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଉଦଯାପନ କରିଥାନ୍ତି । ସେଥିପାଇଁ ଆଜି ରାତି ୩ଟାରେ ଦ୍ଵାର ଫିଟାଯାଇ୧୦୮ ଗରା ଜଳରେ ମହାସ୍ନାନ କରାଯାଇ, ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ନୀତିକାନ୍ତି ପରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଲା। ଆଜି ମଧ୍ୟ ରାତ୍ରରେ ଗଜ ଭୋଗ ଲାଗି ହେବା ପରେ ତାହାକୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବିତରଣ କରାଯିବ। ଶାନ୍ତିଶୃଙ୍ଖଳା ଦର୍ଶନ ପାଇଁ ପୀଠରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି
More Stories
ଅଙ୍ଗନବାଡ଼ି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା….
ବିରଜା ହାଟକୁ ନେଇ ଉତ୍ତେଜନା,ସାମୟିକ ଭାବେ ବନ୍ଦ ହେଲା ହାଟ…..
ପଳାଶୁଣି ଛକରେ ମହିଳା ଉପରେ ମାଡ଼ିଗଲା ଟ୍ରକ୍…..