ରିପୋର୍ଟ କାର୍ଡ / ଭୁବନେଶ୍ୱର
କୁଖ୍ୟାତ ଅପରାଧୀ ଧଳସାମନ୍ତ ଭ୍ରାତାଙ୍କ ଘନିଷ୍ଠ ସହଯୋଗୀ ଦିଲୁ ଓରଫ ପ୍ରଦୀପ କୁମାର ସାହୁ ସୋମବାର ଗିରଫ ହୋଇଛି । ଦୀର୍ଘ ୫ ବର୍ଷ ହେଲା ଫେରାର ଥିବା ପ୍ରଦୀପକୁ କଟକ ସହରାଞ୍ଚଳ ପୋଲିସ ଗିରଫ କରିଛି | ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଦ୍ଵୈତ ନଗରୀ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ଦିଲୁ ପାଖରୁ ଗୋଟିଏ ବନ୍ଧୁକ, ୬ ରାଉଣ୍ଡ ଗୁଳି ଓ ୩ଟି ମୋବାଇଲ୍ ଫୋନ୍ ଜବତ କରାଯାଇଥିବା ପୋଲିସ କମିଶନର ସୂଚନା ଦେଇଛନ୍ତି। ସୂଚନା ଅନୁସାରେ- ୨୦୧୬ ମସିହାର ବହୁ ଚର୍ଚ୍ଚିତ ଦୀପୁ ଓ ଓମ୍ ହତ୍ୟାକାଣ୍ଡର ଅଭିଯୁକ୍ତ ହେଉଛି ଦିଲୁ। ଏହାପରଠାରୁ ୫ ବର୍ଷ ହେଲା ସେ ଫେରାର ଥିଲା। କଟକ ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏକ ସ୍ବତନ୍ତ୍ର ଟିମ୍ ଦିଲୁକୁ ରାୟଗଡ଼ାରୁ ଗିରଫ କରିଛି।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….