Report Card Odisha

| Daily Odia News

ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି। ନଭେମ୍ବର ୩ରେ ଭଦ୍ରକ ଜିଲ୍ଲାର ଧାମନଗର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ। ନଭେମ୍ବର ୬ରେ ଭୋଟ ଗଣତି ହୋଇ ସେହିଦିନ ରେଜଲ୍ଟ ପ୍ରକାଶ ପାଇବ। ଏଥିପାଇଁ ଅକ୍ଟୋବର ୩ ତାରିଖରୁ ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଅକ୍ଟୋବର ୧୪ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ହୋଇଥିବା ବେଳେ ଅକ୍ଟୋବର ୧୭ ତାରିଖ ହେଉଛି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ। ନଭେମ୍ବର ୬ରେ ଭୋଟ ଗଣତି ହୋଇ ସେହିଦିନ ରେଜଲ୍ଟ ପ୍ରକାଶ ପାଇବ। ଗତ ସେପ୍ଟେମ୍ବର ୧୯ ତାରିଖରେ ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କର ପରଲୋକ ହୋଇଥିଲା। ଏହା ପରଠୁ ଏହି ଆସନଟି ଖାଲି ପଡ଼ିଛି।ବିଷ୍ଣୁ ସେଠୀ ପ୍ରାୟ ବର୍ଷେ ଧରି କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ।

Breaking News