ରିପୋର୍ଟ କାର୍ଡ / ଭୁବନେଶ୍ୱର
ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି। ନଭେମ୍ବର ୩ରେ ଭଦ୍ରକ ଜିଲ୍ଲାର ଧାମନଗର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ। ନଭେମ୍ବର ୬ରେ ଭୋଟ ଗଣତି ହୋଇ ସେହିଦିନ ରେଜଲ୍ଟ ପ୍ରକାଶ ପାଇବ। ଏଥିପାଇଁ ଅକ୍ଟୋବର ୩ ତାରିଖରୁ ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଅକ୍ଟୋବର ୧୪ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ହୋଇଥିବା ବେଳେ ଅକ୍ଟୋବର ୧୭ ତାରିଖ ହେଉଛି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ। ନଭେମ୍ବର ୬ରେ ଭୋଟ ଗଣତି ହୋଇ ସେହିଦିନ ରେଜଲ୍ଟ ପ୍ରକାଶ ପାଇବ। ଗତ ସେପ୍ଟେମ୍ବର ୧୯ ତାରିଖରେ ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କର ପରଲୋକ ହୋଇଥିଲା। ଏହା ପରଠୁ ଏହି ଆସନଟି ଖାଲି ପଡ଼ିଛି।ବିଷ୍ଣୁ ସେଠୀ ପ୍ରାୟ ବର୍ଷେ ଧରି କିଡ୍ନୀ ରୋଗରେ ପୀଡ଼ିତ ଥିଲେ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..