ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ହେଉଛି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ପାଳିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ଖାସ୍ କରି ପହିଲି ଭୋଗ ଆଜି ଠାରୁ ଆରମ୍ଭ ହେବ । ପହିଲି ଭୋଗରେ ବିରି, ଗହମଚୂନା ଘୃତ ପାଗ ହୋଇଥିବା ପିଠା ଓ ଧନୁମୂଆଁ ମହାପ୍ରଭୁଙ୍କ ନିକଟରେ ଲାଗି ହୋଇଛି। ଗୋପାଳବଲ୍ଲଭ ପରେ ପହିଲି ଭୋଗ ସଂପନ୍ନ ହୋଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନର ନୂତନ ଏସଓପି ଅନୁଯାୟୀ, ଆଜିଠାରୁ ବଡ଼ଦେଉଳରେ ଭୋର ୫.୩୦ ରୁ ରାତ୍ର ୯. ୩୦ ପର୍ଯ୍ୟନ୍ତ ଭକ୍ତ ମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ଆଜି ଗୁରୁବାର ଅବସରରେ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ବହୁ ପ୍ରତିକ୍ଷୀତ ପହିଲି ଭୋଗର ମହତ୍ୱ ଅନ୍ୟ ଦିନ ମିଳୁଥିବା ଭୋଗ ତୁଳନାରେ ସ୍ୱତନ୍ତ୍ର ସ୍ଥାନ ରହିଛି। କଥାରେ ଅଛି ଯେ, ପୌଷ ମାସରେ ମା ଲକ୍ଷ୍ମୀ ନିଜ ବାପ ଘରକୁ ଯାଇଥାନ୍ତି। ଶ୍ରୀମନ୍ଦିରରେ ମା ଲକ୍ଷ୍ମୀଙ୍କ ଅନୁପସ୍ଥିତ ବେଳେ ମା ଯଶୋଦା ପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ପାଇଁ ବ୍ୟଞ୍ଜନ ପ୍ରସ୍ତୁତ କରନ୍ତି। ପୌଷ ପୂର୍ଣ୍ଣିମା ଠାରୁ ମକର ସଂକ୍ରାନ୍ତି ଯାଏଁ ପହିଲି ଭୋଗ ପ୍ରସ୍ତୁତ କରାଯାଏ। ପହିଲି ଭୋଗ ମହାପ୍ରଭୁଙ୍କର ଆଦ୍ୟ ଭୋଗ ହୋଇଥିବାରୁ ଏହାକୁ ବଡ଼ି ଭୋରୁ ଲାଗି କରାଯାଏ। ବିରି, ଗହମରେ ପ୍ରସ୍ତୁତ ୩୨ ପ୍ରକାର ପିଠା ପଣା ଶ୍ରୀଜିଉଙ୍କ ନିକଟରେ ଲାଗି କରାଯିବ। ପହିଲି ଭୋଗରେ ମୁଖ୍ୟତଃ ବଡ଼ଝିଲି, ଅମାଲୁ, ଗଇଣ୍ଠା, ମଣ୍ଡା, ଆରିସା, କାକରା ଓ ବଡ଼ି ଆଦି ଭୋଗ କରାଯାଇଥାଏ। ପହିଲି ଭୋଗ ସମୟରେ ଦିବା ପହୁଡ଼ କରାଯିବାର ନୀତି ମଧ୍ୟ ରହିଛି।






More Stories
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..
ସାବଧାନତା ଅବଲମ୍ବନ କରନ୍ତୁ…..
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..