ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହିମାଚଳ ପ୍ରଦେଶର ଚାମ୍ବାରେ ଏକ ସ୍କୁଲ ଜିପ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୨ଜଣ ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭରଙ୍କ ସମେତ ୭ଜଣ ଶିଶୁ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ ଗତକାଲି ଚାମ୍ବାରେ ଏହି ଦୁର୍ଘଟଣା ଘଟିଥିଲା । ଘଟଣାସ୍ଥଳରେ ଜଣେ ଶିଶୁର ମୃତ୍ୟୁ ହୋଇଥିଲା । ଅନ୍ୟ ସମସ୍ତ ଆହତ ମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ଆଜି ଜଣେ ଶିଶୁଙ୍କ ମୃତ୍ୟୁ ହୋଇଛି । ଫଳରେ ମୃତ ଶିଶୁଙ୍କ ସଂଖ୍ୟା ୨କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଡ୍ରାଇଭର ସହ ଅନ୍ୟ ଚାରିଜଣ ପିଲା ଟାଣ୍ଡା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ସମସ୍ତ ଆହତ ଶିଶୁଙ୍କ ଅବସ୍ଥା ସ୍ଥିର ରହିଥିବା ଡାକ୍ତରଖାନା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।






More Stories
ତାରିକ ରହମାନଙ୍କ ଶପଥ ଗ୍ରହଣରେ ଯୋଗଦେବେ ଓମ୍ ବିର୍ଲା…..
ଗର୍ଲଫ୍ରେଣ୍ଡକୁ ସୁଟକେଶରେ ପୁରାଇ ଦେଲେ…..
ଆରାବଳୀକୁ କାହାକୁ ଛୁଇଁବାକୁ ଦେବୁ ନାହିଁ……