Report Card Odisha

| Daily Odia News

ଧର୍ମଗଡ଼ ଉପଜିଲ୍ଲାପାଳ ସସ୍ପେଣ୍ଡ୍……

ରିପୋର୍ଟ କାର୍ଡ / ଭବାନୀପାଟଣା

କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍‌ମାଙ୍କୁ ସସ୍ପେଣ୍ଡ୍ କରାଯାଇଛି। ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା ପରେ ମୁଖ୍ୟମନ୍ତ୍ରୀ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅନୁଯାୟୀ ଜଣେ କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ରବିବାର ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ ଉପଜିଲ୍ଲାପାଳ ଧୀମାନ ଚକମା। ଏହି ଘଟଣାରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାର୍ଯ୍ୟନୁଷ୍ଠାନ ନେଇ ଉପଜିଲ୍ଲାପାଳ ଚକମାଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି। ୨୦୨୧ ବ୍ୟାଚ୍‌ର ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଧୀମାନ ଚକମା ଧର୍ମଗଡ଼ରେ ଗତ ୨୦୨୪ ଜାନୁୟାରୀରୁ ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ ଥିଲେ। ହେଲେ ରବିବାର ରାତିରେ ଜଣେ କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ଏହାସହ ଭିଜିଲାନ୍ସ ତାଙ୍କ ଘରୁ ଛାନ ଭିନ ବେଳେ ନଗଦ ୪୭ ଲକ୍ଷ ୪୭ ହଜାର ୬ ଶହ ଟଙ୍କା ଜବତ କରିଥିଲା। ପରେ ଉପଜିଲ୍ଲାପାଳ ଚକମାଙ୍କୁ ଭବାନୀପାଟଣା ଭିଜିଲାନ୍ସ ଅଫିସକୁ ଅଣାଯାଇ ସେଠାରେ ଜେରା କରାଯାଇଥିଲା। ଏହି ସମୟରେ ସେ ଜବତ ଟଙ୍କାର ସଠିକ ଉତ୍ତର ଦେଇ ପାରି ନ ଥିବାରୁ ସୋମବାର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ତେବେ ତାଙ୍କର ଜାମିନ ନାମଞ୍ଜୁର ହେବାରୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଜେଲ କୁ ପଠା ଯାଇଥିଲା।

Breaking News