ରିପୋର୍ଟ କାର୍ଡ / ଝାରସୁଗୁଡ଼ା
କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଝାରସୁଗୁଡ଼ା ଗସ୍ତରେ ଆସି ମନ୍ତ୍ରୀ ନବ ଦାସଙ୍କ ଘରେ ପହଞ୍ଚିଥିଲେ। ସେଠାରେ ସେ କିଛି ସମୟ ରହି ପରିବାର ସଦସ୍ୟଙ୍କୁ ସାକ୍ଷାତ କରି ସମବେଦନା ଜଣାଇଥିଲେ। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନବ ଦାସଙ୍କ ପୁଅ ବିଶାଲ ଓ ଝିଅ ଦିପାଳିଙ୍କ ସହ କିଛି ସମୟ କଥା ହୋଇଥିଲେ। ଏହି ସମୟରେ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବରଗଡ଼ ସାଂସଦ ତଥା ବରିଷ୍ଠ ବିଜେପି ନେତା ସୁରେଶ ପୂଜାରୀ ଓ ବ୍ରଜରାଜନଗରର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।






More Stories
୯ ପୋଲିସ ଅଧିକାରୀ ପାଇବେ ଫାଶୀ…..
କାଲିଠୁ ମହଙ୍ଗା ହେବ ବିମାନଯାତ୍ରା…..
ନବୀନଙ୍କୁ ଟାର୍ଗେଟ୍ କଲେ ମନମୋହନ…..