ରିପୋର୍ଟ କାର୍ଡ / ଭୁବନେଶ୍ୱର
୨୦୨୧ ଖରିଫ ଋତୁରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମା କ୍ଷତିପୂରଣ ପ୍ରଦାନରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ଆଣି ଏହାର ତୁରନ୍ତ ତଦନ୍ତ କରାଇବା ନିମନ୍ତେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦାବି କରିଛନ୍ତି । ଶ୍ରୀ ପ୍ରଧାନ ଆଜି ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ଭେଟିବା ସହ ଏନେଇ ଲିଖିତ ଭାବେ ମଧ୍ୟ ଅବଗତ କରାଇଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଓଡ଼ିଶାର ବରଗଡ଼ ଜିଲ୍ଲାରେ ସ୍ଥାନୀୟ ପ୍ରଶାସନ ଓ ବୀମା କମ୍ପାନୀ ଏଚଏଫଡିସିର ଚଂଚକତା କାରଣରୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ବାଟବଣା ହୋଇଛି ବୋଲି ତାଙ୍କ ଚିଠିରେ ଦର୍ଶାଇଛନ୍ତି । ଫସଲ ଅମଳ ପରୀକ୍ଷାରେ ରାଜ୍ୟ ସରକାରଙ୍କ ଅଧିକାରୀମାନଙ୍କ ଚଂଚକତା ଓ ବେସରକାରୀ କମ୍ପାନୀର ପରିଚାଳନା ଉପରେ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବାକୁ ସେ କେନ୍ଦ୍ର କୃଷିମନ୍ତ୍ରୀ ଶ୍ରୀ ତୋମରଙ୍କୁ ଅନୁରୋଧ କରିଛନ୍ତି । ଓଡ଼ିଶା ସରକାରଙ୍କ ଦ୍ୱାରା ଚୟନ କରାଯାଇଥିବା ଏଚଡିଏଫସି ଆର୍ଗୋ ଜେନେରାଲ ଇନ୍ୟୁରାନ୍ସ କମ୍ପାନୀ ମାଧ୍ୟମରେ ୨୦୨୧ ଖରିଫ ଋତୁର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ବୀମାରାଶିକୁ ପୁଣିଥରେ ସମୀକ୍ଷା କରିବାକୁ ସେ ଅନୁରୋଧ କରିଛନ୍ତି।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..