ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଦିନିକିଆ ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲା ସଂସ୍କୃତି ଭବନଠାରେ ମୁଖ୍ୟମନ୍ତ୍ରୀ କେତେକ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ କାର୍ଡ ବାଣ୍ଟିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲାରେ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ନେତାମାନେ ଜିଲ୍ଲାରେ ଡେରା ପକାଇ ପ୍ରସ୍ତୁତି ଚଳାଇଛନ୍ତି । ଏହି ସମସ୍ତ କାର୍ଯ୍ୟକ୍ରମର ତଦାରଖ କରୁଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ ।






More Stories
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର…..
ଆଜି ପବିତ୍ର ଦୋଳପୂର୍ଣ୍ଣିମା…..
ଗ୍ରୀଷ୍ମ ପ୍ରବାହ ପାଇଁ ଏସଓପି ଜାରି……