Report Card Odisha

| Daily Odia News

ମେ ୧ରୁ ୧୮ ବର୍ଷରୁ ଉର୍ଦ୍ଧ୍ବ ବ୍ୟକ୍ତି ବିଶେଷଙ୍କୁ ଟିକାକରଣ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେ ୧ ତାରିଖରୁ ୧୮ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ବ୍ୟକ୍ତି ବିଶେଷଙ୍କୁ ଟିକାକରଣ ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମେ ୧ ତାରିଖରୁ ଓଡ଼ିଶା ଯୁବବର୍ଗଙ୍କର ଟିକାକରଣ ଆରମ୍ଭ ହେବ। ଯୁବକଙ୍କୁ ଟିକା ଦେବା ପାଇଁ ରାଜ୍ୟରେ ଅଧିକ ସେସନ ସାଇଟ ଓ ଟିକାକରଣ କେନ୍ଦ୍ର ଖୋଲାଯିବ। ଏଥିଲାଗି କୋଇନ ଆପ ଓ ସ୍ପଟ ରେଜିଷ୍ଟ୍ରେସନ ମାଧମରେ ପଞ୍ଜିକରଣ କରାଯିବ। ସରକାରୀ ଓ ଘରୋଇ ହସ୍ପିଟାଲରେ ପୂର୍ବ ଭଳି ଟିକାକରଣ କରାଯିବ। ତେବେ ସହରାଞ୍ଚଳଗୁଡ଼ିକରେ ସପ୍ତାହନ୍ତ ସଟଡାଉନ ସମୟରେ ଟିକାକରଣ ବନ୍ଦ ରହିବ। ଓଡ଼ିଶାକୁ ଆଜି ୧ଲକ୍ଷ କୋଭିସିଲଡ ଟିକା ଆସୁଛି ଏବଂ ଏହା ଅପରାହ୍ନ ଗୋଟାଏରେ ପହଞ୍ଚିବ ବୋଲି ବି ପରିବାର କଲ୍ୟାଣ ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ମିଳିଛି। ସୂଚନା ଅନୁସାରେ- ସୋମବାର ଦିନ ଟିକା ନେଇ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ମେ ୧ରୁ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ  ଟିକା ମିଳିବ। ତୃତୀୟ ପର୍ଯ୍ୟାୟ ଟିକାକରଣ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟମାନେ କିଣିପାରିବେ କରୋନା ଟିକା। ଉତ୍ପାଦକମାନେ କେନ୍ଦ୍ରକୁ ୫୦ ପ୍ରତିଶତ ଟିକା ଯୋଗାଇବେ।ବାକି ୫୦ ପ୍ରତିଶତ ଟିକା ରାଜ୍ୟମାନଙ୍କୁ ଉତ୍ପାଦକ ଦେଇପାରିବେ। ଟିକାକରଣ ନେଇ ତିନୋଟି ରଣନୀତି ପ୍ରସ୍ତୁତ କରିଛନ୍ତି ସରକାର। ପ୍ରଥମ ପର୍ଯ୍ୟାୟରେ ଟିକା ଉତ୍ପାଦନକାରୀ ପ୍ରତି ମାସରେ ଯେତେ ଟିକା ଉତ୍ପାଦନ କରିବେ ତାର ୫୦ ପ୍ରତିଶତ ସେଣ୍ଟ୍ରାଲ୍ ଡ୍ରଗ୍ ଲାବୋରେଟୋରୀକୁ ଦେବେ। ଏହାପରେ ବାକି ଡୋଜ୍ ରାଜ୍ୟ ସରକାର ଏବଂ ଖୋଲା ବଜାରରକୁ ଯୋଗାଇ ପାରିବେ ଉକ୍ତ ଟିକା ଉତ୍ପାଦନକାରୀ କମ୍ପାନୀ।

 

 

Breaking News