ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏମ୍ସ ହସ୍ପିଟାଲରେ ଆରମ୍ଭ ହୋଇଛି ଡିଏନଏ ଟେଷ୍ଟିଂ ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ବିଏମ୍ସି କମିଶନର। ସେ କହିଛନ୍ତି, ମୃତଦେହ ଚିହ୍ନଟ ପାଇଁ ଡିଏନଏ ନମୁନା ଦେଇଛନ୍ତି ୧୦ରୁ ଅଧିକ ପରିବାର। ରିପୋର୍ଟ ଆସିବା ପରେ ସେମାନଙ୍କୁ ମୃତଦେହ ହସ୍ତାନ୍ତର କରାଯିବ। ପୂର୍ବରୁ ସମସ୍ତ ମୃତଦେହରୁ ନମୁନା ସଂଗ୍ରହ କରାଯାଇଛି । ମୃତଦେହଗୁଡିକ କଣ୍ଟେନରରେ ସଂରକ୍ଷିତ ହୋଇ ରହିଛି । ବର୍ତମାନ ସୁଦ୍ଧା ୬୪ଟି ମୃତଦେହ ସେମାନଙ୍କ ପରିବାରଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ବେଳେ ୫୯ଟି ମୃତଦେହ ହସ୍ତାନ୍ତର ପାଇଁ ରହିଛି। ସୂଚନାଯୋଗ୍ୟ, ବାହାନଗା ଟ୍ରେନ୍ ଦୁର୍ଘଟଣାରେ ୨୭୮ ଜଣଙ୍କ ଜୀବନ ଯାଇଛି । ଏମାନଙ୍କ ମଧ୍ୟରୁ ୧୭୭ ଜଣଙ୍କ ପରିଚୟ ମିଳିବା ସହ ମୃତଦେହକୁ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ହେଲେ ଏପର୍ଯ୍ୟନ୍ତ ୧୦୧ ମୃତଦେହ ଚିହ୍ନଟ ହୋଇପାରିନି । କୌଣସି ମୃତଦେହ ଚିହ୍ନଟ ନେଇ ଦ୍ୱନ୍ଦ୍ୱ ଦେଖାଦେଲେ ମୃତଦେହର ଡିଏନଏ ଟେଷ୍ଟ କରାଯିବ । ଭୁବନେଶ୍ୱର ଏମ୍ସରେ ଡିଏନଏ ଟେଷ୍ଟିଂ ପାଇଁ ସ୍ୱତନ୍ତ୍ର ଡେକ୍ସ ଖୋଲଯାଇଛି।






More Stories
ରାଜା ଚକ୍ର ସମେତ ୧୧ ଅଭିଯୁକ୍ତଙ୍କ ନାଁରେ ଇଡି ଚାର୍ଜସିଟ୍…..
ରାଜ୍ୟ କ୍ୟାବିନେଟ ବୈଠକରେ ୧୦ ପ୍ରସ୍ତାବକୁ ଅନୁମୋଦନ……
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ……