ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଦୋଳ ପୂର୍ଣ୍ଣିମା ହିନ୍ଦୁ ଧର୍ମର ଅନ୍ୟତନ ପର୍ବ ଅଟେ | ଫାଲ୍ଗୁନମାସ ଦଶମୀ ତୀଥିରେ ଦୋଳ ପୂର୍ଣ୍ଣିମା ପାଳନକରାଯାଏ | ଓଡିଶା , ଗୁଜୁରାଟ, ରାଜସ୍ଥାନ, ଆସାମ , ତ୍ରିପୁରା, ବେଙ୍ଗଲରେ ଦୋଳ ପୂର୍ଣ୍ଣିମାକୁ ବେଶ ଧୁମ ଧାମରେ ପାଳନ କରନ୍ତି | ରାଧା କୃଷ୍ଣ ବିମାନରେ ଗାଁ ଗାଁ ବୁଲି ଭୋଗ ଖାଆନ୍ତି | ଭଜନ କୀର୍ତ୍ତନ ସାଙ୍ଗକୁ ରାଧେ ରାଧେ ଧୁନିରେ କମ୍ପି ଉଠେ ଗଗନ ପବନ | ଫଗୁ ଖେଳ ହୁଏ | ଦୋଳ ପୂର୍ଣ୍ଣିମା ଗୋପାଳ ଲୋକଙ୍କର ମୁଖ୍ୟ ପର୍ବ ଅଟେ | ମହାପ୍ରଭୁ ଜଗନ୍ନାଥଙ୍କର ଦ୍ୱାଦଶ ଯାତ୍ରା ମାନଙ୍କ ମଧ୍ୟରେ ଏହା ଅନ୍ୟତମ ଯାତ୍ରା। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିାକାନ୍ତି ହେବ। ମହାପ୍ରଭୁ ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ସହ ଫଗୁ ଖେଳିବେ। ଘଣ୍ଟଘଣ୍ଟା, ଶଂଙ୍ଖ ହୁଳହୁଳିରେ ପ୍ରକମ୍ପିତ ହେବ ପରିବେଶ। ଆଜି ଭକ୍ତ ଓ ଭଗବାନ ଏକାକାର ହୋଇ ହୋଲି ଖେଳିବେ। ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ ଭୂଦେବୀ ଦୋଳବେଦୀକୁ ବିଜେ କରିବା ସମୟରେ ଏଭଳି ନିଆରା ଦୃଶ୍ୟକୁ ବେଶ୍ ଉପଭୋଗ କରିଥାନ୍ତି ଭକ୍ତ। ଆଜି ରତ୍ନସିଂହାସନରୁ ମହାପ୍ରଭୁ ରାଜାଧିରାଜ ଅର୍ଥାତ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ସେହିପରି ଆଜି ଦୋଳପୂର୍ଣିମାରେ ଦୋଳବେଦୀରେ ଝୁଲିବେ ଦୋଳଗୋବିନ୍ଦ। ସକାଳ ଧୂପ ପରେ ବିମାନରେ ବିଜେ ହୋଇ ବିରାଟ ଶୋଭାଯାତ୍ରାରେ ଫଗୁ ଅବିର ଭକ୍ତଙ୍କ ସହ ଖେଳି ଦୋଳବେଦୀରେ ବିରାଜମାନ ହେବେ। ଅନ୍ୟପକ୍ଷରେ ଗାଁ ଗାଁରେ ଜମୁଛି ଦୋଳ ମେଲଣ। ଗାଁକୁ ଗାଁ, ସାହିକୁ ସାହି ବୁଲି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳୁଛନ୍ତି ଦୋଳ ଗୋବିନ୍ଦ। ଆସନ୍ତାକାଲି ହୋଲି ଥିବା ବେଳେ ରଙ୍ଗର ଏହି ପର୍ବକୁ ବେଶ ଉତ୍ସାହର ସହ ପାଳନ କରିବେ ଲୋକେ।






More Stories
ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ…..
ଷ୍ଟାଡିୟମ ଭିତରକୁ ପାଣି ବୋତଲ, କଏନ,କଲମ ମନା…..
ଲଘୁ ଖଣିଜରୁ ସଂଗୃହୀତ ପାଣ୍ଠି ସେହି ଜିଲ୍ଲାରେ ଖର୍ଚ୍ଚ କରାଯିବ……