ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମହାରାଷ୍ଟ୍ରରୁ ୫ଟି ଇଲେକ୍ଟ୍ରିକ୍ ବସ୍ ଓଡିଶା ଆସୁଥିବା ସୂଚନା ମିଳିଛି। ଏ ନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। ଆସିବା ମାତ୍ରେ ଏହା ସାଧାରଣ ଲୋକଙ୍କ ପାଇଁ ବ୍ୟବହାର ହେବନାହିଁ। ଏହା ପ୍ରଥମେ ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାକୁ ଆସିଥିବା ଅତିଥି ମାନଙ୍କ ପାଇଁ ବ୍ୟବହାର ହେବ । ଗେରୁଆ ରଙ୍ଗରେ ତିଆରି ହୋଇଥିବା ଏହି ବସରେ ଓଡିଶାର କଳା ସଂସ୍କୃତିର ଛାପ ରହିଛି। ବସ୍ରେ କୋଣାର୍କ ଚକ , ଶାନ୍ତିସ୍ତୁପ, ଗୋଟିପୁଅ ନୃତ୍ୟ ଏବଂ ଅନ୍ୟାନ୍ୟ କଳାକୃତୀର ଛାପ ଦେଖିବାକୁ ମିଳିବ। ଏହି ବସ୍ କଟକ-ଭୁବନେଶ୍ଵର-ପୁରୀରେ ଚଳାଚଳ କରିବ। ମୁମ୍ବାଇର ଏକ ସଂସ୍ଥ୍ୟ ଏହି ବସ୍ ତିଆରି କରୁଛି। ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ରାଜଧାନୀ ଭୁବନେଶ୍ଵରରେ ଡବଲ ଡେକର୍ ବସ୍ ପହଞ୍ଚିବ।






More Stories
ଦାୟିତ୍ବ ନେଲେ ସଞ୍ଜୟ ବିଶ୍ବାଳ…..
ଗୁଟଖା ବ୍ୟବସାୟ ବନ୍ଦ…..
୨୦୨୭ରୁ ନୂଆ ନିୟମ ଲାଗୁ…..