ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ୨୭ତମ ରାଜ୍ୟପାଳଭାବେ ଡକ୍ଟର ହରିବାବୁ କମ୍ଭମପତି ଶପଥ ଗ୍ରହଣ କରିଛନ୍ତି। ରାଜଭବନର ନୂଆ ଅଭିଷେକ ହଲ୍ରେ ଆୟୋଜିତ କାର୍ଯ୍ୟକ୍ରମରେ ଆଜି ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରନ୍ ସିଂହ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖଙ୍କ ସମେତ ମନ୍ତ୍ରିମଣ୍ଡଳର ସଦସ୍ୟ, ବିଧାୟକ ଓ ସାଂସଦ ମାନେ ଉପସ୍ଥିତ ଥିଲେ। ଏହାଛଡ଼ା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବି ଏଥିରେ ଉପସ୍ଥିତ ଥିଲେ।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….