ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଷ୍ଟ୍ରପତି ପଦ ପାଇଁ ଏନ୍ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କ ନାମ ଘୋଷଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ସ୍ବାଗତ କରିଛନ୍ତି । ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହିତ ଟ୍ବିଟ୍ ଯୋଗେ ଉଲ୍ଲେଖ କରିଛନ୍ତି ଯେ, ଶ୍ରୀମତୀ ମୁର୍ମୁ ଦେଶରେ ମହିଳା ସଶକ୍ତୀକରଣ କ୍ଷେତ୍ରରେ ନିଶ୍ଚିତ ଭାବେ ଜ୍ବଳନ୍ତ ଉଦାହରଣ ସୃଷ୍ଟି କରିବେ। ଦେଶର ସର୍ବୋଚ୍ଚ ପଦ ପାଇଁ ତାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରାଯିବା ପରେ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ଆଲୋଚନା କାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଏ ବିଷୟ ଜଣାଇବା ବେଳେ ସେ ଖୁବ୍ ଆନନ୍ଦ ପ୍ରକାଶ କରିଥିଲେ । ଓଡ଼ିଶାର ଜନସାଧାରଣଙ୍କ ପାଇଁ ବାସ୍ତବରେ ଏହା ସବୁଠୁ ଗର୍ବର ସମୟ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..