ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଜାରି ରହିବ ଡ୍ରାଇଭର ସଂଘର ଆନ୍ଦୋଳନ । ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ଏ ନେଇ ସୂଚନା ଦେଇଛନ୍ତି । ମୁଖ୍ୟ ସଚିବ ଦେଇଥିବା ଲିଖିତ ପ୍ରତିଶ୍ରୁତିକୁ ସଂଘ ଗ୍ରହଣ କରୁନାହିଁ । କୌଣସି କର୍ମକର୍ତ୍ତା ଖୁସି ନଥିବା ସଂଘ ସଭାପତି କହିଛନ୍ତି । ସରକାର ଯେପର୍ଯ୍ୟନ୍ତ ଘୋଷଣା କରିନାହାନ୍ତି ଆନ୍ଦୋଳନ ଜାରି ରହିବ ।ଶାନ୍ତି ଶୃଙ୍ଖଳାର ସହ ଆନ୍ଦୋଳନ କରିବାକୁ ସଂଘ ସଭାପତି ଅପିଲ କରି କହିଛନ୍ତି । ଗୁରୁବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା । ଡ୍ରାଇଭର ମହାସଂଘ ମୁଖ୍ୟ ଶାସନ ସଚିବଙ୍କ ଆଗରେ ସେମାନଙ୍କର ୧୦ ଦଫା ଦାବି ଉପସ୍ଥାପନ କରିଥିଲେ । ସରକାର ତିନି ମାସରେ ଦାବି ଗୁଡ଼ିକର ସମାଧାନ ପାଇଁ ପ୍ରତିଶ୍ରୁତ ଦେଇଛନ୍ତି ।






More Stories
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….