Report Card Odisha

| Daily Odia News

ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘର ଆନ୍ଦୋଳନ ପ୍ରତ୍ୟାହାର…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘ ଆନ୍ଦୋଳନ ସୋମବାର ପ୍ରତ୍ୟାହୃତ ହୋଇଛି। ପ୍ରତ୍ୟାହାର ନେଇ ମହାସଂଘ ସଭାପତି ଜନାର୍ଦ୍ଦନ ପତି ସୂଚନା ଦେଇଛନ୍ତି।। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା,ପରିବହନ ସଚିବଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ବୈଠକରେ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ସିପି ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ଭୁବନେଶ୍ୱର ଡିସିପି ଉପସ୍ଥିତ ଥିଲେ। ଓଡିଶା ପରିବହନ କର୍ମଚାରୀ ମହାସଂଘ ସଭାପତି ଉପସ୍ଥିତ ଥିଲେ। ପାରାଦୀପରେ ଥିବା ଡିପୋଗୁଡିକରୁ ରାଜ୍ୟ ସାରା ପେଟ୍ରୋଲ ଟାଙ୍କିକୁ ତେଲ ଯୋଗାଣ ହୋଇଥାଏ। ଆଜିଠାରୁ ତେଲ ପରିବହନ ବନ୍ଦ ହେବାରୁ ରାଜ୍ୟର ବିଭିନ୍ନ ତେଲ ଟାଙ୍କିରେ ତୈଳ ସଙ୍କଟ ଦେଖା ଦେବା ଆଶଙ୍କାକୁ ନେଇ ଚିନ୍ତା ବଢ଼ି ଯାଇଥିଲା।  ଲୋକମାନେ ହଇରାଣ ହେବା ସହ ମାଲ୍ ପରିବହନ ବି ଗୁରୁତର ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଥିଲା। ଏହି ସମସ୍ୟାର ସମାଧାନ ନିମନ୍ତେ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଥିଲେ । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅନୁରୋଧ କ୍ରମେ ଓଡ଼ିଶା ପରିବହନ ଶ୍ରମିକ ମହାସଂଘର ୫ ଜଣିଆ ଟିମ୍‌ ରାଜ୍ୟ ସଚିବାଳୟରେ ଆଲୋଚନା ନିମନ୍ତେ ପହଞ୍ଚିଥିଲେ। ଉକ୍ତ ବୈଠକରେ ମୁଖ୍ୟ ଶାସନ ସଚିବ, ପରିବହନ କମିଶନରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଦୀର୍ଘ ସମୟର ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିବା ଜଣାଯାଇଛି।

 

 

Breaking News