ରିପୋର୍ଟ କାର୍ଡ / ଭୁବନେଶ୍ୱର
୨୦୨୪ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମନ୍ତ୍ରିମଣ୍ଡଳରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ନୂଆ ଟିମରେ ୧୩ କ୍ୟାବିନେଟ୍ ଓ ୮ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଏହାରି ମଧ୍ୟରେ ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଥିବା ମନ୍ତ୍ରୀ ଆଜି ନବୀନ ନିବାସରେ ପହଞ୍ଚି ବିଭିନ୍ନ ପ୍ରସଙ୍ଗକୁ ନେଇ ନବୀନଙ୍କ ସହ ଚାଲିଛି ଆଲୋଚନା କରିଛନ୍ତି । ମିଳିଥିବା ସୂଚନା ଅନୁସାରେ- ୨୦୧୯ ନିର୍ବାଚନ ପରେ ନବୀନଙ୍କ ପଞ୍ଚମ ପାଳିରେ ମନ୍ତ୍ରୀ ହୋଇଥିବା ୧୦ ଜଣଙ୍କୁ ଏଥର ମନ୍ତ୍ରିମଣ୍ଡଳରୁ ବାଦ୍ ଦିଆଯାଇଛି। ବିଶେଷ କରି କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଥିବା ଅରୁଣ ସାହୁ, ଶକ୍ତି ଓ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଥିବା ସୁଦାମ ମାର୍ଣ୍ଡି, ଜଳସଂପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଏବଂ ପଦ୍ମିନୀ ଦିଆନ, ପ୍ରେମାନନ୍ଦ ନାୟକ ଓ ପଦ୍ମନାଭ ବେହେରା ପ୍ରମୁଖ ବାଦ୍ ପଡ଼ିଛନ୍ତି। ୨୦୨୪ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସଙ୍ଗଠନକୁ ସୁଦୃଢ କରିବା ଉପରେ ଗୁରୁତ୍ୱାରୋପ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାଦ ପଡିଥିବା ମନ୍ତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ସଙ୍ଗଠନକୁ ସୁଦୃଢ କରିବା କାମରେ ନିୟୋଜିତ କରିବ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି ।






More Stories
ସୁଜାତାଙ୍କୁ ରାଜ୍ୟସଭା ପଠାଯାଉ……
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ……
ବିଜେଡି ଅଛି,ରହିବ:ଶହେ ବର୍ଷ ରହିବ-ନବୀନ…..