ରିପୋର୍ଟ କାର୍ଡ / ସମ୍ବଲପୁର
ସମ୍ବଲପୁର ସହରରେ ଗତକାଲି ରାତି ୧୨ଟାରୁ ସମ୍ବଲପୁର ସହରର ୬ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଜାରିହୋଇଛି | ସମ୍ବଲପୁର ଟାଉନ୍, ଧନୁପାଲି, କ୍ଷେତରାଜପୁର,ଅଇଁଠାପାଲି, ବରେଇପାଲି ଓ ସଦର ଥାନା ଅଞ୍ଚଳରେ କର୍ଫ୍ୟୁ ଜାରି ହୋଇଛି। ଏ ନେଇ ସମ୍ବଲପୁର ଉପଜିଲ୍ଲାପାଳ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । କୌଣସି ଅପ୍ରୀତିକର ପରିସ୍ଥିତି ଏଡାଇବାକୁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ। କର୍ଫ୍ୟୁ ସମୟରେ କୌଣସି ବ୍ୟକ୍ତିବିଶେଷଙ୍କୁ ଘରୁ ବାହାରିବାକୁ ବାରଣ କରାଯାଇଛି । ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ସମୟ ନିର୍ଦ୍ଧାରଣ କରାଯାଇଛି । ସକାଳ ୮ଟାରୁ ୧୦ଟା, ଅପରାହ୍ନ ୩ଟା୩୦ରୁ ୫ଟା୩୦ ମଧ୍ୟରେ ସହରବାସୀ ସାମଗ୍ରୀ କିଣିପାରିବେ । କୌଣସି ମେଡିକାଲ ଏମର୍ଜେନ୍ସି ପାଇଁ ହେଲ୍ପଲାଇନ୍ ନମ୍ବର ୭୬୫୫୮୦୦୭୬୦ ଜାରି କରାଯାଇଛି । ଉଲ୍ଲେଖ ଯୋଗ୍ୟ- ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ସମ୍ବଲପୁରରେ ଦୁଇଗୋଷ୍ଠୀ ଭିତରେ ଆରମ୍ଭ ହୋଇଥିବା ଗଣ୍ଡଗୋଳ ଉଗ୍ର ରୂପ ଧାରଣ କରିଛି। ଏହାକୁ ନିୟନ୍ତ୍ରଣକୁ ଆଣିବାକୁ କର୍ଫ୍ୟୁ ଲାଗୁହୋଇଛି |






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..