ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଥଲେଟ୍ ଦୁତି ଚାନ୍ଦ ଡୋପ୍ ଟେଷ୍ଟରେ ଫେଲ ମାରିବା ପରେ ୪ ବର୍ଷର ବ୍ୟାନ୍ ହୋଇଛନ୍ତି । କୌଣସି ଜାତୀୟ, ଅନ୍ତର୍ଜାତୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିପାରିବେନି ଦୂତି। ସିଲେକଟିଭ୍ ଆଣ୍ଡ୍ରୋଜେନ୍ ରିସେପଟିଭ୍ ମୋଡ୍ୟୁଲେଟର୍ସ SRMS ଟେଷ୍ଟରେ ଫେଲ୍ ମାରିଛନ୍ତି ଦୂତି ଚାନ୍ଦ। ନାସନାଲ ଆଣ୍ଟି ଡୋପିଂ ଏଜେନ୍ସି NADA ଦ୍ୱାରା ନିଷିଦ୍ଧ ଘୋଷିତ SRMS ତାଙ୍କ ନମୂନାରେ ମିଳିଛି । ଡିସେମ୍ବର ୫ ୨୦୨୨ରେ ଦୂତୀଙ୍କ ନମୂନା ସଂଗ୍ରହ କରାଯାଇଥିବାରୁ ଏହା ପରେ ଦୂତି କ୍ରୀଡ଼ାରେ ହାସଲ କରିଥିବା ସମସ୍ତ ରେକର୍ଡ, ମେଡାଲ, ପୁରସ୍କାର ଏବଂ ପଏଣ୍ଟସକୁ ଖାରଜ କରିଛି ନାଡା। ୩ ଜାନୁଆରୀ ୨୦୨୩ଠାରୁ ଦୂତିଙ୍କ ଉପରେ ଏହି କଟକଣା ଲାଗୁ କରାଯାଇଛି। ଆସନ୍ତା ଜାନୁଆରୀ ୨୦୨୭ ପର୍ଯ୍ୟନ୍ତ ଏହି ବ୍ୟାନ ବଳବତ୍ତର ରହିବ। ଡୋପିଂ ନିରୋଧ ଆଇନକୁ ନେଇ ଶୃଙ୍ଖଳାଗତ କମିଟି ଏହି ନିଷ୍ପତ୍ତି ନେଇଛି ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..