ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଭୂକମ୍ପ ଝଟକାରେ ଥରିଲା ଝାଡ଼ଖଣ୍ଡ। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୩ ରେକର୍ଡ କରାଯାଇଛି। ଆଜି ସକାଳ ପ୍ରାୟ ୯ଟା ୨୦ରେ ପ୍ରଥମେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା। ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚି ଓ ଜମସେଦପୁରରେ ଏହି ଝଟକା ଅନୁଭୂତ ହୋଇଛି । ଏହାର ଝଟକା ପ୍ରାୟ ୫ ସେକେଣ୍ଡ ପର୍ଯ୍ୟନ୍ତ ଅନୁଭୂତ ହୋଇଥିଲା। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ମିଳିନି। ଏହି ଭୂମିକମ୍ପର କେନ୍ଦ୍ର ସ୍ଥଳ ଝାଡ଼ଖଣ୍ଡର ଖରସାବାଁ ଜିଲ୍ଲାରୁ ୧୩ କିମି ଦୂରରେ ଥିବା ଜଣାଯାଇଛି। ରାଞ୍ଚି ଓ ଜମସେଦପୁରର ଆଖପାଖ ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିଯୋଗୁ ଲୋକେ ଭୟଭୀତ ହୋଇପଡିଥିବା ବେଳେ ଘରୁ ବାହାରକୁ ଚାଲି ଆସିଥିଲେ। ତେବେ ଏହି ଭୂକମ୍ପରେ କୌଣସି ଧନଜୀବନ ହାନୀ ହୋଇ ନ ଥିବା ଜଣାନାହିଁ।






More Stories
ବଢ଼ିଲା ନେତାଙ୍କ ସୁରକ୍ଷା…..
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..