ରିପୋର୍ଟକାର୍ଡ / ନୂଆଦିଲ୍ଲୀ
ଜମ୍ମୁ କାଶ୍ମୀରରେ ବଡ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସୋମବାର ସକାଳ ୫ଟା ୩୫ ସମୟରେ ଜମ୍ମୁ ଏବଂ କାଶ୍ମୀରର ବାରମୁଲ୍ଲା ଜିଲ୍ଲାରେ ୪.୬ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା । ଏହାର କେନ୍ଦ୍ରସ୍ଥଳ ବାରାମୁଲ୍ଲାରେ ଅବସ୍ଥିତ। ଏବଂ ଉପତ୍ୟକାରେ ଏହାର ଅବସ୍ଥିତି ଯୋଗୁଁ ଭୂମିକମ୍ପ ତୀବ୍ର ଭାବରେ ଅନୁଭୂତ ହୋଇଥିଲା। ଯାହା ଫଳରେ ବ୍ୟାପକ ଆତଙ୍କ ସୃଷ୍ଟି ହୋଇଥିଲା । ଭୂକମ୍ପ ଅନୁଭୂତ ହେବା ପରେ ବାରାମୁଲ୍ଲାର ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ । ବର୍ତ୍ତମାନ୍ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ରବିବାର ଭୋର ପ୍ରାୟ ୪ଟା ସମୟରେ ବାଂଲାଦେଶରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଥିଲା । ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି ଅନୁଯାୟୀ, ଭୂମିକମ୍ପଟି ୨୦ କିଲୋମିଟର ଗଭୀରତାରେ ଆସିଥିଲା । ଏବଂ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୦ ରେକର୍ଡ କରାଯାଇଥିଲା । ପୂର୍ବରୁ ବୁଧବାର ଫିଲିପାଇନ୍ସର ମିଣ୍ଡାନାଓ ଦ୍ୱୀପରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିବା ରିପୋର୍ଟ କରାଯାଇଥିଲା। ଯାହାର ରିକ୍ଟର ସ୍କେଲରେ ତୀବ୍ରତା ୬.୦ ଥିଲା ।






More Stories
ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି…..
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..