ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନେପାଳ,ତିବ୍ଦତ ସମେତ ଉତ୍ତର ଭାରତର ଅନେକ ସ୍ଥାନରେ ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ବଢୁଛି ମୃତ୍ୟୁ ସଂଖ୍ୟା । ନେପାଳ ସୀମା ଓ ତିବ୍ଦତରେ ଅନେକ ବିରାଟକାୟ କୋଠା ଭୁଶୁଡି ପ୍ରାୟ ୫୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତାହତଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି । ବର୍ତ୍ତମାନ ମଧ୍ୟ ଉଦ୍ଧାରକାର୍ଯ୍ୟ ଜାରି ରହିଛି । ସୂଚନାନୁଯାୟୀ, ନେପାଳରେ ମଙ୍ଗଳବାର ସକାଳେ ୬ଟା ୩୫ରେ ଅନୁଭୂତ ହୋଇଥିବା ୭.୧ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଲଗାତାର ୭ ଥର ଅନୁଭୂତ ହୋଇଥିଲା । ଏଥିରେ ଅନେକ ବୃହତ୍ତକାୟ କୋଠା ଭୁଶୁଡିବାରୁ ଏହା ତଳେ ଅନେକ ଲୋକେ ଚାପି ହୋଇ ରହିଥିଲେ। ଏବେ ମଧ୍ୟ ଭଗ୍ନାବଶେଷ ତଳେ ଅନେକ ଚାପି ହୋଇ ରହିଥିବା ସୂଚନା ମିଳିଛି।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..