ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଉତ୍ତରାଖଣ୍ଡର ପିଥୋରାଗଡରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ପିଥୋରଗଡ ଠାରୁ ୪୮ କିଲୋମିଟର ଦୂର ଉତ୍ତର-ପୁର୍ବରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୪ ରେକର୍ଡ କରାଯାଇଛି। ତେବେ ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ଏହାପୂର୍ବରୁ ଅକ୍ଟୋବର ୫ ତାରିଖରେ ଉତ୍ତରାଖଣ୍ଡର ଉତ୍ତରକାଶୀରେ ଭୂକମ୍ପ ହୋଇଥିଲା। ଭାରତୀୟ ଭୂକମ୍ପ କେନ୍ଦ୍ରର ସୂଚନା ଅନୁସାରେ ବିଳମ୍ବିତ ରାତିରେ ୩.୨ ତୀବ୍ରତାର ଭୂମିକମ୍ପ ଝଟ୍କା ଅନୁଭୂତ ହୋଇଥିଲା।






More Stories
ବିମାନରେ ନିଆଁ….
ଲିଭ୍-ଇନ୍ ସମ୍ପର୍କକୁ ମିଳିବ ସ୍ଵାମୀ ସ୍ତ୍ରୀ ମାନ୍ୟତା…..
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..