Report Card Odisha

| Daily Odia News

ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବାପାଙ୍କ ପଛେ ପଛେ ଚାଲିଗଲେ ପୁଅ | ବିଶିଷ୍ଟ ଶିଳ୍ପୀ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ ଘଟିଛି । ଭୁବନେଶ୍ୱର ସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଛି । ଏନେଇ ଏମ୍ସ ସୁପରିଟେଣ୍ଡେଣ୍ଟ ସଚ୍ଚିଦାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି । ବାପ-ପୁଅ କରୋନା ସଂକ୍ରମିତ ହୋଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ । ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ମେ ୯ ତାରିଖ ଅପରାହ୍ଣରେ ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଥିଲା । ପ୍ରଶାନ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ପ୍ରଶାନ୍ତ ମହାପାତ୍ରଙ୍କର ମଧ୍ୟ ମୃତ୍ୟୁ ହୋଇଛି । ବାପାଙ୍କର ଦେହାନ୍ତ ହେବାର ମାତ୍ର ୧୧ ଦିନ ଦିନରେ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ମୃତ୍ୟୁ ହୋଇଛି ।

Breaking News