ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅର୍ଚ୍ଚନା ନାଗଙ୍କ ଆଲିସାନ ଘରକୁ ଇଡି ଆଟାଚ୍ କରିଛି। କୋଠାର ମୂଲ୍ୟ ପ୍ରାୟ ୩ କୋଟି ୪୦ ଲକ୍ଷ ହେବ ବୋଲି ଆକଳନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । କିଛି ଦିନ ତଳେ ଇଡି ସେହି କୋଠାକୁ ଯାଇ ମାପଚୁପ କରିଥିଲା। ଏହାପୂର୍ବରୁ ଅର୍ଚ୍ଚନା, ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦ ଓ ସହଯୋଗୀ ଖଗେଶ୍ୱରର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ଇଡି ନୋଟିସ୍ କରିଥିଲା। ଜବତ ହୋଇଥିବା ସମ୍ପତ୍ତି କାହିଁକି ବାଜ୍ୟାପ୍ତି ନହେବ, ତାହା ଜଣାଇବାକୁ କାରଣ ଦର୍ଶାଅ ନୋଟିସ କରିଥିଲା ଇଡି । ଯାହାର ଶୁଣାଣି ଆସନ୍ତା ୧୩ ତାରିଖରେ ହେବ। ସେପଟେ ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ହନିଟ୍ରାପ୍ ମାମଲାରେ ଭୁବନେଶ୍ୱର ସେସନ୍ସ କୋର୍ଟରେ ଚାର୍ଜସିଟ୍ ଦାଖଲ କରିଛି ଇଡି। ମୋଟ ୨ ହଜାର ୨୪୧ ପୃଷ୍ଠାର ଚାର୍ଜସିଟ୍ ଦାଖଲ ହୋଇଛି। ଅର୍ଚ୍ଚନା ନାଗ, ସ୍ୱାମୀ ଜଗବନ୍ଧୁ ଚାନ୍ଦ, ସହଯୋଗୀ ଖଗେଶ୍ୱର ପାତ୍ର ଓ ଶ୍ରଦ୍ଧାଞ୍ଜଳି ବେହେରା ନାଁରେ ଚାର୍ଜସିଟ୍ ଦାଖଲ କରାଯାଇଛି। ମୋଟ ୧୫ ଜଣ ସାକ୍ଷୀଙ୍କ ବୟାନ ଚାର୍ଜସିଟରେ ରହିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଏହା ପ୍ରାଥମିକ ଚାର୍ଜସିଟ୍ ହୋଇଥିବା ବେଳେ ତଦନ୍ତକୁ ଓପନ ରଖାଯାଇଥିବା ଜଣାପଡିଛି |
More Stories
ପ୍ରଥମ ଓ ୨ୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’…..
ପୋଲିସ ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ…..
ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ଉପହାର…..