ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
BYJUର ସିଇଓ ବାଇଜୁ ରବୀନ୍ଦ୍ରନଙ୍କ ବେଙ୍ଗାଲୁରୁ ସ୍ଥିତ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢ଼ାଉ କରିଛି। ବୈଦେଶିକ ପାଣ୍ଠି ଆଇନର ଉଲ୍ଲଂଘନ କରିଥିବା ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ଜଣାପଡିଛି। ବାଇଜୁ ରବୀନ୍ଦ୍ରନ ଓ ତାଙ୍କ କମ୍ପାନୀ ‘ଥିଙ୍କ ଆଣ୍ଡ ଲର୍ଣ୍ଣ ପ୍ରାଇଭେଟ ଲିମିଟେଡ୍’ ବିରୋଧରେ ବୈଦେଶିକ ବିନିମୟ ପରିଚାଳନା ଆଇନ (FEMA)ରେ ଥିବା ବ୍ୟବସ୍ଥା ଅନୁସାରେ ମାମଲା ରୁଜୁ ହୋଇଛି | ଏହା ସହିତ ଆଜି ବେଙ୍ଗାଲୁରୁ ସ୍ଥିତ ଘର ଓ ଦୁଇଟି ଅଫିସରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ ଇଡି ଅନେକ ଗୁଡ଼ିଏ ସନ୍ଦେହଜନକ କାଗଜପତ୍ର ଓ ତଥ୍ୟ ଜବତ କରିଥିବା ଜଣାପଡ଼ିଛି। ଇଡି ପକ୍ଷରୁ କୁହାଯାଇଛି ଯେ ତାଙ୍କ କମ୍ପାନୀରେ ୨୦୧୧ରୁ ୨୦୨୩ ମଧ୍ୟରେ ପ୍ରାୟ ୨୮ ହଜାର କୋଟି ଟଙ୍କାର ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି ନିବେଶ ହୋଇଛି। ଏହି ସମୟ ମଧ୍ୟରେ କମ୍ପାନୀ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି ନିବେଶ ନାମରେ ବିଭିନ୍ନ ବିଦେଶୀ ସଂସ୍ଥାକୁ ପ୍ରାୟ ୯୭୫୪ କୋଟି ଟଙ୍କା ପଠାଇଛି। ସେହିପରି ତାଙ୍କ କମ୍ପାନୀ ୨୦୨୦-୨୧ ଆର୍ଥିକ ବର୍ଷ ଠାରୁ ଆଉ ଫାଇନାନସିଆଲ ଷ୍ଟେଟମେଣ୍ଟ ପ୍ରସ୍ତୁତ କରି ନାହିଁ କି ଆକାଊଣ୍ଟ ଅଡିଟ କରି ନାହିଁ।






More Stories
ଇସ୍ରାଏଲ ଗସ୍ତରେ ଯିବେ ମୋଦି…..
ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ…..
ବଢ଼ିବ ଟୋଲ୍ ଟ୍ୟାକ୍ସ !…..