ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ରାହୁଲ ନବୀନ। ସନ୍ଧ୍ୟା ପ୍ରାୟ ୭ ଟା ୫୫ ମିନିଟ୍ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାହୁଲ ନବୀନ ପୁରୀ ଗସ୍ତରେ ଯିବେ। ସେଠାରେ ରାତ୍ରିଯାପନ କରିବା ସହ ବୁଧବାର ସକାଳେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ କଟକ ଆସି ଏକ କାର୍ଯ୍ୟକ୍ରମରେ ଯୋଗ ଦେବାର ରହିଛି। ପରେ ସେ ଭୁବନେଶ୍ୱରରେ ଥିବା ଇଡି ଅଫିସକୁ ଆସି ଏକାଧିକ ପୁରୁଣା ମାମଲାର ଫାଇଲ ଖୋଲିବା ସହ ନୂଆ ମାମଲା ରୁଜୁନେଇ ଆଲୋଚନା କରିପାରନ୍ତି ଇଡି ନିର୍ଦ୍ଦେଶକ। ଏନେଇ ବରିଷ୍ଠ ଅଧିକାରୀଙ୍କ ସହ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିର୍ଦ୍ଦେଶ ଆଲୋଚନା କରିପାରନ୍ତି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..