ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ନିରଞ୍ଜନଙ୍କ ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଚଢ଼ାଉ କରାଯାଇଛି। କେଉଁ କାରଣ ଯୋଗୁ ଇଡି ନିରଞ୍ଜନଙ୍କ ଘରେ ରେଡ୍ କରିଛି ତାହା ଜଣାପଡ଼ି ନାହିଁ। ବେଆଇନ ଅର୍ଥ କାରବାର ନେଇ ନିରଞ୍ଜନଙ୍କ ଘରେ ଇଡି ରେଡ୍ କରିଥିବା ସୂଚନା ରହିଛି। ନିରଞ୍ଜନଙ୍କ ନୟାପଲ୍ଲୀ ଘର ସମେତ ତାଙ୍କ ଭାଇ ଓ ଜଣେ ସମ୍ପର୍କୀୟଙ୍କ ଘରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିବା ସୂଚନା ରହିଛି। ଆଜି ସକାଳ ପ୍ରାୟ ୭ଟାରୁ ଇଡିର ୮ରୁ ୧୦ଜଣ ଅଧିକାରୀ ନିରଞ୍ଜନଙ୍କ ଘରେ ପହଞ୍ଚି ଚଢ଼ାଉ କରିଥିଲେ। ନିରଞ୍ଜନ ଘର ଚାରିପଟେ ସିଆପିଏଫ ଫୋର୍ସ ମୃତୟନ କରାଯାଇଛି।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..