ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଦ୍ବିତୀୟ ଥର ପାଇଁ ଇଡିରେ ହାଜର ହୋଇଛନ୍ତି ପୂର୍ବତନ IFS ଅଭୟକାନ୍ତ ପାଠକ । ଚାକିରି ଦେବା ନାଁରେ ଠକେଇ ଓ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ହୋଇଛନ୍ତି ହାଜର । ପୂର୍ବରୁ ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକକୁ ଜେରା କରିଥିଲା ଇଡି । ସୂଚନାଯୋଗ୍ୟ ଯେ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ IFS ଅଭୟକାନ୍ତଙ୍କ ଘରେ ରେଡ୍ କରାଯାଇଥିଲା । ଚଢାଉରେ IFS ଅଭୟକାନ୍ତଙ୍କ ଅମାପ ସମ୍ପତ୍ତି ବିଷୟରେ ତଥ୍ୟା ପାଇଥିଲା ଭିଜିଲାନ୍ସ ଟିମ୍ । ଭିଜିଲାନ୍ସରୁ ତଦନ୍ତ ଅନୁଯାୟୀ ଅଭୟକାନ୍ତଙ୍କ ସଂପତ୍ତି ଆୟଠୁ ୪୩୫ ପ୍ରତିଶତ ଅଧିକ ରହିଛି। ଗିରଫ ହୋଇ ଜେଲ୍ରେ ଥିବା ଅଭୟ ପାଠକଙ୍କୁ ପରେ କୋର୍ଟ ସର୍ତ୍ତମୂଳକ ଜାମିନ ଦେଇଥିଲେ । କିନ୍ତୁ ଚାକିରି ଦେବା ନାଁରେ ଠକେଇ ଓ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଇଡି ଜେରା କରୁଛି । ପୂର୍ବରୁ ମଧ୍ୟ ଅଭୟ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କୁ ଜେରା କରିଥିଲା ଇଡି।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….